ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ନେଇ ମନ୍ତ୍ରୀଙ୍କ ସମୀକ୍ଷା, ଇ-ପୋର୍ଟାଲ ଉପଯୋଗ ଉପରେ ଗୁରୁତ୍ୱ।

ଭୁବନେଶ୍ୱର, ସେପ୍ଟେମ୍ବର ୨୫: ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ ଅଣସେବାୟତଙ୍କୁ ଜମି ଅଧିକାର ପ୍ରଦାନ ନେଇ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ ଆଜି ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । 



ବୈଠକର ଆଲୋଚନାରୁ ଜଣାପଡ଼ିଛି ଯେ ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ ଓ ସ୍ୱଚ୍ଛ କରିବା ପାଇଁ ଏକ ଇ-ପୋର୍ଟାଲର ବିକାଶ କରାଯିବ । ଏଥିରେ ଶ୍ରୀଜଗନ୍ନାଥଙ୍କ ଜମି ଭୋଗଦଖଲ କରୁଥିବା ସେବାୟତ ଓ ଅଣସେବାୟତମାନେ ନିଜ ନିଜର ତଥ୍ୟ ସହଜ ଓ ସରଳ ଉପାୟରେ ପ୍ରଦାନ କରିପାରିବେ । ଏହା ଦ୍ୱାରା ଜମି ଦଖଲରେ ଥିବା ସମସ୍ତଙ୍କ ଏକ ସମ୍ପୂର୍ଣ୍ଣ ଡାଟାବେସ୍‌ ପ୍ରସ୍ତୁତ ହେବା ସହ ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ବ୍ୟବସ୍ଥା ଅଧିକ ସହଜ ଓ ଶୃଙ୍ଖଳିତ ହୋଇପାରିବ । ଏହି ବ୍ୟବସ୍ଥାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ସହ ଇ-ପୋର୍ଟାଲକୁ ଅଧିକ ଉପଯୋଗୀ କରିବା ନେଇ ଆବଶ୍ୟକ ପରାମର୍ଶ ଦେଇଥିଲେ ।


 ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପରିଚାଳକ ତଥା ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ ଦେବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଅତିରିକ୍ତ ଶାସନ ସଚିବ  ଶିବପ୍ରସାଦ ମହାପାତ୍ର ଅଂଶଗ୍ରହଣ କରିଥିଲେ । ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଆଭାସି ମାଧ୍ୟମରେ ଯୋଗ ଦେଇଥିବାବେଳେ ଓକାକ୍‌ ଓଏନ୍‌ଆଇସିର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।


Comments

Popular post

Earthquakes in Venezuela update news: ମୃତ୍ୟୁର ତାଣ୍ଡବଳୀଳା ରଚିଛି ଭୂମିକମ୍ପ, ନେଲାଣି ଅନେକ ଜୀବନ।

Link mobile number in e-voter id : ଭୋଟର ଆଇଡି ସହିତ ମୋବାଇଲ ନମ୍ବରକୁ କିପରି ଲିଙ୍କ କରିବେ।

Basic Information of Aadhar and important rule: ଆଧାର କାର୍ଡ ରେ ନାମ ପରିବର୍ତନ ବା ସଂଶୋଧନ ପାଇଁ କିପରି କରିବେ ଆବେଦନ, ଆସନ୍ତୁ ଜାଣିବା......

AI Data vs Supreme court Decision report : AI ର ତଥ୍ୟ ଆଧାରରେ ରାୟ ଦେବା ଅଗ୍ରହଣୀୟ: ସୁପ୍ରିମକୋର୍ଟ

Economic survey mutual fund sip : ଗତ ୩ ବର୍ଷରେ ମ୍ୟୁଚୁଆଲ ଫଣ୍ଡ SIP ନିବେଶ ଦୁଇଗୁଣ ହୋଇଛି.:-ଅର୍ଥନୈତିକ ସର୍ଭେ….

SIR ମାମଲାରେ ନିର୍ବାଚନ କମିଶନ ନାଗରିକତ୍ୱ ନିର୍ଣ୍ଣୟ କରିପାରିବ ନାହିଁ :-ସର୍ବୋଚ୍ଚ ନ୍ୟାୟାଳୟ।