Odisha“Solid Waste Management Rules, 2026 : କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୨୬”ର କାର୍ଯ୍ୟାନ୍ୱୟନ ନେଇ ଗଠିତ ରାଜ୍ୟସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ।
Odisha“Solid Waste Management Rules, 2026 Published by: Greatfuture Info Bhubaneswar, October 22, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ “କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୨୬”ର କାର୍ଯ୍ୟାନ୍ୱୟନ ନେଇ ଗଠିତ ରାଜ୍ୟସ୍ତରୀୟ କମିଟିର ପ୍ରଥମ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପରିବେଶ ସୁରକ୍ଷା, ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ଉପରେ ଏହି ନିୟମର ପ୍ରଭାବୀ କାର୍ଯ୍ୟାନ୍ୱୟନ ସଂପର୍କରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ନିୟମରେ ଥିବା ବିଭିନ୍ନ ବ୍ୟବସ୍ଥା, ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳନ, ବିଭାଗୀୟ ଦାୟିତ୍ୱ ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଓଏସପିସିବି) ପକ୍ଷରୁ ଆହୂତ ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ ଙ୍କ ସମେତ କମିଟିର ସଦସ୍ୟ ଥିବା ସଂପୃକ୍ତ ବିଭାଗର ସଚିବ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଓଏସପିସିବି ର ସଦସ୍ୟ ସଚିବ ଡଃ. ମନୋଜ ଭି. ନାୟାର ଯୋଗଦେଇ କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୨୬ରେ ଥିବା ବିଭିନ୍ନ ଦିଗ ସଂପର୍କରେ ...