ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ଅଗଷ୍ଟ 22 ରେ ଅନୁଷ୍ଠିତ ହେବ "ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍'।
Published by: Greatfuture Info ଭୁବନେଶ୍ୱର, ୧୭ ଅଗଷ୍ଟ ୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଆସନ୍ତା ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ପ୍ରସିଦ୍ଧ 'ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍' ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ଭାରତୀୟ ଆଥଲେଟିକ୍ସ ମହାସଂଘ (AFI) ଏବଂ ୱାର୍ଲ୍ଡ ଆଥଲେଟିକ୍ସର ମିଳିତ ସହଯୋଗରେ ଏହି ବିଶାଳ ପ୍ରତିଯୋଗିତା ଆୟୋଜିତ ହେଉଛି। ଗତବର୍ଷ ଏହା ବ୍ରୋଞ୍ଜ ସ୍ତରର ହୋଇଥିବା ବେଳେ, ଏଥର ଏହାକୁ ସିଲଭର୍ ସ୍ତରକୁ ଉନ୍ନୀତ କରାଯାଇଛି। ୨୦୨୮ ମସିହାରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ବିଶ୍ୱ ଏବଂ ଏସୀୟ ଇନଡୋର ଆଥଲେଟିକ୍ସ ଚାମ୍ପିୟନସିପ୍ ପାଇଁ ଏହା ଏକ ପ୍ରମୁଖ ପ୍ରସ୍ତୁତି ପର୍ଯ୍ୟାୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ଆଜି ଦେଶକୁ କ୍ରୀଡ଼ା କ୍ଷେତ୍ରରେ ଆଗକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଏହି ଦିନିକିଆ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ୨୭ ଟି ଦେଶରୁ ମୋଟ ୧୮୮ ଜଣ ଆଥଲେଟ୍ ଅଂଶଗ୍ରହଣ କରିବେ। ଏଥିମଧ୍ୟରେ ୯୯ ଜଣ ବିଦେଶୀ ଖେଳାଳିଙ୍କ ସହ ୮୮ ଜଣ ଭାରତୀୟ ଆଥଲେଟ୍ ନିଜର ପ୍ରତିଭା ଦେଖାଇବାର ସୁଯୋଗ ପାଇବେ। ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା ଏବଂ ବ୍ରାଜିଲ ଭଳି ଦେଶରୁ ବଡ଼ ଦଳ ଏହି ମିଟ୍ରେ ଭାଗ ନେଉଛନ୍ତି। ଏହି ପ୍ରତିଯୋଗିତାରେ ପୁରୁଷ ...