ଆଜି ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ମାନଙ୍କ ସହ ବୈଠକ ଅନୁଷ୍ଠିତ।
Published by :Greatfuture Info ଭୁବନେଶ୍ୱର, ୧୭ ସେପ୍ଟେମ୍ବର ୨୦୨୬: ଲୋକସେବା ଭବନଠାରେ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଊଷା ପାଢ଼ୀଙ୍କ ସମେତ ଅନ୍ୟ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ସମସ୍ତ ଜିଲ୍ଲାପାଳ ଆଭାସୀ ମାଧ୍ୟମରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକରେ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିଭାଗୀୟ ପ୍ରମୁଖ ଯୋଜନା ଓ ପ୍ରକଳ୍ପର ଅଗ୍ରଗତି, ଜମି ସମ୍ବନ୍ଧୀୟ ସମସ୍ୟା, ଅନୁମୋଦନ, କାର୍ଯ୍ୟାନ୍ୱୟନରେ ରହୁଥିବା ସମସ୍ୟା ଏବଂ ଆବଶ୍ୟକ ଜିଲ୍ଲାସ୍ତରୀୟ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସବିଶେଷ ସମୀକ୍ଷା କରାଯାଇଥିଲା । ଗୃହ ଓ ନଗର ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା , ମହିଳା ଓ ଶିଶୁ ବିକାଶ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଏମ୍ଏସ୍ଏମ୍ଇ ବିଭାଗର ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା । ନଗର ଉନ୍ନୟନ ବିଭାଗ ପକ୍ଷର...