Posts

Showing posts with the label ମୁଖ୍ୟମନ୍ତ୍ରୀ ଙ୍କ ସ୍ଥିତି ସମୀକ୍ଷା

Odisha CM order and Heavy Rainfall update News: ଗଭୀର ଅବପାତ ଜନିତ ବର୍ଷା ସମ୍ପର୍କରେ ନିରନ୍ତର ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

                              Odisha CM order and Heavy Rainfall update News: ଭୁବନେଶ୍ୱର ୨୩ ସେପ୍ଟେମ୍ବର ୨୦୨୬  ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷ କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ ମୁଖ୍ୟମନ୍ତ୍ରୀଙ୍କୁ ଅବପାତ, ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ସମସ୍ତ ପ୍ରାକୃତିକ ବିପର୍ଯ୍ୟୟରେ ଆମର ଏକମାତ୍ର ନୀତି ହେଉଛି-‘ଜିରୋ କାଜୁଆଲ୍‌ଟି’। ତେଣୁ, ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରକ୍ଷାକରି ଏହି ପରିସ୍ଥିତିର ମୁକାବିଲା କରିବା ଆବଶ୍ୟକ। ଲୋକଙ୍କ ଧନଜୀବନ ସୁରକ୍ଷା ଉପରେ ସେ ସର୍ବାଧିକ ଗୁରୁତ୍ୱ ଆରୋପ କରିଥିଲେ। ଜଳବନ୍ଦୀ କ୍ଷେ...