Posts

Showing posts with the label ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟା

ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ନେଇ ମନ୍ତ୍ରୀଙ୍କ ସମୀକ୍ଷା, ଇ-ପୋର୍ଟାଲ ଉପଯୋଗ ଉପରେ ଗୁରୁତ୍ୱ।

Image
ଭୁବନେଶ୍ୱର, ସେପ୍ଟେମ୍ବର ୨୫: ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ ଅଣସେବାୟତଙ୍କୁ ଜମି ଅଧିକାର ପ୍ରଦାନ ନେଇ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ ଆଜି ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।  ବୈଠକର ଆଲୋଚନାରୁ ଜଣାପଡ଼ିଛି ଯେ ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ ଓ ସ୍ୱଚ୍ଛ କରିବା ପାଇଁ ଏକ ଇ-ପୋର୍ଟାଲର ବିକାଶ କରାଯିବ । ଏଥିରେ ଶ୍ରୀଜଗନ୍ନାଥଙ୍କ ଜମି ଭୋଗଦଖଲ କରୁଥିବା ସେବାୟତ ଓ ଅଣସେବାୟତମାନେ ନିଜ ନିଜର ତଥ୍ୟ ସହଜ ଓ ସରଳ ଉପାୟରେ ପ୍ରଦାନ କରିପାରିବେ । ଏହା ଦ୍ୱାରା ଜମି ଦଖଲରେ ଥିବା ସମସ୍ତଙ୍କ ଏକ ସମ୍ପୂର୍ଣ୍ଣ ଡାଟାବେସ୍‌ ପ୍ରସ୍ତୁତ ହେବା ସହ ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ବ୍ୟବସ୍ଥା ଅଧିକ ସହଜ ଓ ଶୃଙ୍ଖଳିତ ହୋଇପାରିବ । ଏହି ବ୍ୟବସ୍ଥାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ସହ ଇ-ପୋର୍ଟାଲକୁ ଅଧିକ ଉପଯୋଗୀ କରିବା ନେଇ ଆବଶ୍ୟକ ପରାମର୍ଶ ଦେଇଥିଲେ ।  ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପରିଚାଳକ ତଥା ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶା...