Odisha Govt Constitutes commission latest news: ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ନାଗରିକମାନଙ୍କ ପାଇଁ କମିଶନ ଗଠନ କଲେ ସରକାର।
Odisha Govt Constitutes commission for SEBC Catagories: Published by:Greatfuture Info ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ ସେହି ସବୁ ସଂସ୍ଥାରେ ସେମାନେ ରାଜନୈତିକ ଭାବେ କେତେ ପଛୁଆ ସେ ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କମିଶନ ଗଠନ କରାଯାଇଛି । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକଙ୍କୁ ଏହି କମିଶନର ଅଧ୍ୟକ୍ଷ ଅଛନ୍ତି । ଏଥିସହିତ ଅବସରପ୍ରାପ୍ତ IAS ଶ୍ରୀ ବିଜୟ କୁମାର ପୃଷ୍ଟି ଏହି କମିଶନର ସଦସ୍ୟ ଭାବେ କାର୍ଯ୍ୟ କରିବେ । ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀମତୀ ସୁଜାତା ମିଶ୍ର କମିଶନ’ର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ । ଏହି କମିଶନ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ପୌରାଞ୍ଚଳରେ ଥିବା ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା...