Posts

Showing posts with the label whatsapp bot

‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା।

Image
Published by: Greatfuture Info ଭୁବନେଶ୍ୱର, ୧୧ ସେପ୍ଟେମ୍ବର: ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ  ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ ।  ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ  ଓଡିଶା ପୋଲିସ ଏକ ଅଭିନଵ ପଦକ୍ଷେପ ଗ୍ରହଣ କରିଛି।  ଏଣିକି ଘରେ ବସି ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ମାଧ୍ୟମରେ ସାଧାରଣ ଲୋକମାନେ ୧୪ଟି ପୋଲିସ-ନାଗରିକ ସେବା ପାଇପାରିବେ । ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର ଆଜି ଡିଜିପି କ୍ୟାମ୍ପ ଅଫିସ୍, ଭୁବନେଶ୍ୱରରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୫ ଡିସେମ୍ବର ୨୦୨୫, ସୁଶାସନ ଦିବସ ଅବସରରେ ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ର ଶୁଭାରମ୍ଭ କରିଥିଲେ। ଏହା ମାଧ୍ୟମରେ ବିଭିନ୍ନ ସରକାରୀ ସେବା ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି ।   ଓଡ଼ିଶା ସରକାରଙ୍କ Centre for Modernizing Government Initiative (CMGI), State Crime Records Bureau (SCRB), ଓଡ଼ିଶା ପୋଲିସ ଏବଂ Meta India (WhatsApp)ର ସହଭାଗିତାରେ  ‘ଆମ ସାଥୀ’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍  ଜନ ସାଧାରଣଙ୍କ ସେବା ଉଦ୍ଦେଶ୍ୟରେ ...